ଓଲିଉଡ୍‌ ଅଭିନେତ୍ରୀ ବର୍ଷୀ ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ

ଓଲିଉଡ୍‌ ଅଭିନେତ୍ରୀ ବର୍ଷୀ ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ। ତେବେ ପୂର୍ବରୁ ମଧ୍ୟ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରୁଥିବା ନଜର ଆସିଛନ୍ତି । ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ ।

ହେଲେ ଏବେ କିନ୍ତୁ ସେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।ବିଜେଡିରେ ସାମିଲ ହେଇ ବର୍ଷା କହିଛନ୍ତି, ସେ ନବୀନ ପଟ୍ଟନାୟକଙ୍କ ଫ୍ୟାନ୍, ତାଙ୍କ ପାଇଁ ସେ ଗୋଟିଏ ସିନେମା ମଧ୍ୟ କରିଛି । ନବୀନଙ୍କ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଥାଏ ।୨୦୧୯ ନିର୍ବାଚନ ବେଳେ ବର୍ଷା ପ୍ରିୟଦର୍ଶିନୀ ବିଜେଡିର ଷ୍ଟାର୍ ପ୍ରଚାରକ ଭାବେ ନିର୍ବାଚନୀ ପ୍ରଚାର କରିଥିଲେ । କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗୁଥିଲେ । ହେଲେ କିଛି ବର୍ଷ ହେବ ପାରିବାରିକ ବିବାଦ ଯୋଗୁଁ ଚର୍ଚ୍ଚାରେ ଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ସହ ଛାଡପତ୍ର ବିବାଦ ହାଇକୋର୍ଟରେ ପହଞ୍ଚିଥିଲା । 

You might also like