କମିଲା ସୁନା ଓ ରୁପା ଦାମ୍

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୬,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୯,୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୪୬,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୯,୮୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୬,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୧,୦୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୭,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୯,୬୬୦ ଓ ୧,୪୬,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୫,୯୦୦ ଟଙ୍କା ହୋଇଛି ।