ଛଟ୍ ପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପତ୍ନୀ

ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ତାଙ୍କ ଧର୍ମପତ୍ନୀ ଯୋଗଦେଇଥିଲେ । ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବସବାସ କରୁଥିବା ବିହାରୀ ସମ୍ପ୍ରଦାୟ ମହିଳା କୂଆଖାଇ ନଦୀରେ ସୂର୍ଯ୍ୟଦେବତାଙ୍କୁ ପୂଜା କରିଛନ୍ତି । ମୁଖ୍ୟମନ୍ତ୍ରୀ ଓ ତାଙ୍କ ଧର୍ମପତ୍ନୀ ସାମିଲ ହୋଇ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି । କାର୍ତ୍ତିକ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଏହି ପୂଜା କରାଯାଏ। ପରିବାରର ସୁଖ, ଶାନ୍ତି କାମନା କରି ପୂଜା କରିଥାନ୍ତି ମହିଳା ।ଛଠ ପର୍ବର ସବୁଠୁ ବଡ଼ ବିଶେଷତା ହେଉଛି ଯେ, ଏହି ପର୍ବରେ କୌଣସି ଦେଖାଣିଆ କିମ୍ବା ଆଡମ୍ବର ନ ଥାଏ କେବଳ ନିଷ୍ଠା ଓ ଆତ୍ମିକ ଶ୍ରଦ୍ଧା ରହେ। ଏହି ପର୍ବ ସ୍ବଚ୍ଛତା, ଶୃଙ୍ଖଳାର ଏକ ଅଦ୍ଭୁତ ଉଦାହରଣ ଏବଂ ଏହି ପର୍ବର ଆତ୍ମା। ଛଠ ପୂଜାର ପରମ୍ପରା ଉତ୍ତର ଭାରତୀୟ ରାଜ୍ୟ-ବିହାର, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ ରାଜ୍ୟ ମାନଙ୍କରେ ପାଳନ କରାଯାଏ। ମୁଁ ଏହା ଦେଖି ଅତ୍ୟନ୍ତ ଆନନ୍ଦିତ ଯେ ଏବେ ଓଡ଼ିଶାରେ ମଧ୍ୟ ଛଠ ପୂଜାର ଉତ୍ସବ ବିଶେଷ ଉଲ୍ଲାସ ଓ ଭକ୍ତିଭାବର ସହିତ ପାଳନ ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।