ଧରାପଡ଼ିଲା ପରକୀୟା ପ୍ରୀତି: ସ୍ତ୍ରୀକୁ ଉଲଗ୍ନ କରି ଗାଁରେ ବୁଲାଇଲା ସ୍ୱାମୀ
ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଟିମିନା ବିରିମୁଣ୍ଡା ଗାଁରୁ ଆସିଛି ଏକ ଦୁଃଖଦ ଘଟଣା । ସ୍ତ୍ରୀର ପରକୀୟା ପ୍ରୀତି ଧରାପଡ଼ିବାରୁ ସ୍ବାମୀ ଗାଁ ମଝିରେ ଉଲଗ୍ନ କରି ବୁଲାଇବା ସହ ନିସ୍ତୁକ ମାଡ଼ ମାରିଛି। ଦେଇଛି ଅକଥନୀୟ ଶାରୀରିକ ଓ ମାନସିକ ନିର୍ଯାତନା। ଏଭଳି ଅମାନବୀୟ କାର୍ଯ୍ୟର ଭିଡିଓ ଭାଇରାଲ୍ ହୋଇଛି। ତେବେ ସୁନ୍ଦରଗଡ଼ରୁ ଆସିଥିବା ଏପରି ଘଟଣାକୁ ନେଇ କୌଣସି ଥାନାରେ ମାମଲା ରୁଜୁ ହୋଇନାହିଁ । ସୂଚନାମୁତାବକ ମହିଳାଙ୍କ ସ୍ବାମୀ ବେଙ୍ଗାଲୁରୁରେ କାମ କରନ୍ତି । ସ୍ତ୍ରୀର ଅନ୍ୟ ଏକ ଗାଁର ଜଣେ ଅବିବାହିତ ଯୁବକଙ୍କ ସହ ତାଙ୍କର ସମ୍ପର୍କ ଗଢ଼ି ଉଠିଥିଲା। ଯୁବକ ଜଣକ ଚାରିଦିନ ହେଲା ମହିଳାଙ୍କ ଘରେ ଆସି ରହୁଥିଲା। ଘଟଣା ପ୍ରଘଟ ହେବା ପରେ ଗ୍ରାମବାସୀ ଉଭୟଙ୍କୁ ଧରି କଙ୍ଗାରୁ କୋର୍ଟ ବସାଇଥିଲେ । ସେଠାରେ ଉଭୟେ ପରକୀୟା ପ୍ରୀତି ସ୍ବୀକାର କରିଥିଲେ। ଖବର ପାଇ ବୁଧବାର ମହିଳାଙ୍କ ସ୍ବାମୀ ବେଙ୍ଗାଲୁରୁରୁ ଘରକୁ ଫେରିଥିଲେ। ଏହାପରେ ସ୍ତ୍ରୀଙ୍କୁ ସର୍ବ ସମ୍ମୁଖରେ ମାଡ଼ ମାରିବା ସହ ସ୍ତ୍ରୀକୁ ଉଲଗ୍ନ କରି ଗାଁ ଦାଣ୍ଡରେ ବୁଲାଇଥିଲେ ।
