ନୂତନ ନର୍ସିଙ୍ଗ ଏବଂ ରେଡିଓଗ୍ରାଫର ପଦବୀକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅନୁମୋଦନ

ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫରମାନଙ୍କ ପଦବୀକୁ ଅନୁମୋଦନ ଦେଇଛନ୍ତି ।ଏହି ନିଯୁକ୍ତି ମାଧ୍ୟମରେ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟ ଓ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ମାନବ ସମ୍ପଦର ଅଭାବ କମିବା ସହିତ ରୋଗୀମାନଙ୍କୁ ଉନ୍ନତ ଏବଂ ସମୟୋପଯୋଗୀ ସେବା ଯୋଗାଇ ଦିଆଯାଇପାରିବ । ନବନିଯୁକ୍ତ ନର୍ସିଂ ଅଫିସରମାନେ ରୋଗୀ ସେବାରେ ମୁଖ୍ୟ ଭୂମିକା ନିଭାଇବେ ଓ ରେଡିଓଗ୍ରାଫରମାନେ ନିଦାନତ୍ମକ ସେବାକୁ ଆହୁରି ସୁଦୃଢ଼ କରିବେ । ତେବେ ବିଭାଗ ପକ୍ଷରୁ ଶୀଘ୍ର ନର୍ସିଂ ଅଫିସର ଏବଂ ରେଡିଓଗ୍ରାଫରମାନଙ୍କ ନିଯୁକ୍ତି ନିୟମାବଳୀ ଯେପରି ପରୀକ୍ଷା, ପ୍ରଶିକ୍ଷଣ, ପୋଷ୍ଟିଂ ଗୁଡିକ ବିଭାଗ ପକ୍ଷରୁ ଖୁବ ଶୀଘ୍ର ପ୍ରକାଶ କରାଯିବ ।