ପୁଣି ଥରେ ସାଂସଦ ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟ ଚର୍ଚ୍ଚାରେ ଆସିଛି।
ବର୍ଷାଙ୍କ ପାରିବାରିକ ବିବାଦ ଭିତରେ ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି ଅନୁଭବ ମହାନ୍ତି । ବିବାହ ପରେ ବିଦାୟ ବେଳର ଫଟୋକୁ ପୋଷ୍ଟ କରି ଲେଖିଛନ୍ତି ଅନେକ କିଛି । ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ସେ ତାଙ୍କୁ ହୃଦୟରୁ ବହୁତ ଭଲ ପାଆନ୍ତି । ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, ବିବାହ ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି ।
ଆମେ ଦୁଇ ଜଣ ଅଲଗା ହେବା ପ୍ରକ୍ରିୟା ଅସୁନ୍ଦର ନହେଉ। ‘ବିଚ୍ଛେଦ ସୁନିଶ୍ଚିତ ତେଣୁ ଏହା ସମ୍ମାନଜନକ ହେଉ’। ତୁରନ୍ତ ଉତ୍ତର ଦେବାକୁ ମଧ୍ୟ ଅନୁଭବ ଲେଖିଛନ୍ତି। ବିଚ୍ଛେଦ ପରେ ସାଙ୍ଗ ହୋଇ ରହିବା ବୋଲି ଅନୁଭବ କହିଛନ୍ତି। ସେପ୍ଟେମ୍ବର ୨୩ରେ କଟକ ପରିବାର ଅଦାଲତ ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିଲେ।
