ବାତ୍ୟା ମୋନ୍ଥା ! ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ମୋନ୍ଥାର ପ୍ରଭାବ ପାଇଁ ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।ମଙ୍ଗଳବାରଠୁ ୩୦ ତାରିଖ ଯାଏଁ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି। ବାତ୍ୟାର ଗତି ବଢୁଛି , ଯେତେ ବଢିବ ତାର ପ୍ରଭାବ ସେତେ କମିବ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି , ଯାହା ପରାମର୍ଶ ଦିଆଯାଇଛି ମାନନ୍ତୁ। ମାଲକାନଗିରି , ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ବାତ୍ୟା ନିକଟବର୍ତ୍ତୀ ହେଲେ ବର୍ଷାର ପ୍ରଭାବ ଅଧିକ ହେବ। କେହି ଭୟଭୀତ ହୁଅନ୍ତୁ ନାହିଁ, ଜିରୋ କାଜୁଆଲିଟି ଲକ୍ଷ୍ୟ ରଖାଯାଇଛି।ମାଲକାନଗିରି ଦେଇ ବାତ୍ୟା ଛତିଶଗଡ ମୁହାଁ ହେବ । ଛତିଶଗଡରେ ବର୍ଷା ହେଲେ ମହାନଦୀରେ ପାଣି ବଢିପାରେ । ଏଥିପାଇଁ ଜଳଭଣ୍ଡାରରୁ ପାଣି ନିଷ୍କାସନ କରାଯାଇଛି ।