ବାରବାଟୀ ଷ୍ଟାଡିୟମରେ ପାଳିତ ହେବ ୭୭ତମ ସାଧାରଣତନ୍ତ୍ର ଦିବସ !ଗଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି । ମହାପୁରୁଶଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହାସହ ବୀର ସଂଗ୍ରାମୀମାନଙ୍କୁ ମୋର ପ୍ରଣାମ । ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା। ବିଭାଜନର ବିଭୀଷିକା ଓ ବିଧି ବ୍ୟବସ୍ଥାରେ ଦେଶକୁ କିପରି ଚଲାଇବା।