ମହାନଦୀରେ ବନ୍ୟା ଆଶଙ୍କା

ମହାନଦୀରେ ବନ୍ୟା । ୨୭ ତାରିଖ ସକାଳୁ ମୁଣ୍ଡଳିରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟାଜଳ,ଫୁଳିବ ଶାଖାନଦୀ ।ମୁଣ୍ଡଳିରେ ଯଦି ବର୍ଷା ହୁଏ ପାଣି ଅଧିକ ଆସିବ । ଏବେ ୧ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ଶାଖାନଦୀ କୁଆଖାଇ, ବିରୂପା, କାଠଯୋଡ଼ି, ଦେବୀ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଏଣୁ ବନ୍ୟା ଆଶଙ୍କା ଜାରି କରିଛି ଜଳ ସମ୍ପଦ ବିଭାଗ । ସମ୍ଭାବ୍ୟ ବନ୍ୟା ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ସୂଚନା ଦିଆଯାଇଛି ।କୌଣସି ପରିସ୍ଥିତିକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ ଅଛୁ । ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି । ସେପଟେ ବ୍ରାହ୍ମଣୀ ନଦୀରେ ରେଙ୍ଗାଲିରେ ଗୋଟିଏ ଗେଟ୍ ଖୋଲିଛି । ବୈତରଣୀରେ ନଦୀର ଜଳସ୍ତର ବିପଦ ସଂକେତ ନିକଟରେ ପହଞ୍ଚିବ । ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗରେ ବର୍ଷା ସତ୍ତ୍ୱେ ଜଳସ୍ତର ବିପଦ ସଂକେତ ତଳେ ରହିଛି । ଆଗକୁ ଆଉ ଏକ ଲଘୁଚାପ ଅଛି । ତେବେ ବର୍ଷା କେତେ ହେବ ତା ଉପରେ ନଜର ରହିଛି ବୋଲି ସେ କହିଛନ୍ତି ।ସେପଟେ ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ । ମୋଟ୍ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୧୧ ଓ ଡାହାଣ ପାର୍ଶ୍ଵର ୫ଟି ଗେଟ ଖୋଲା ରହିଛି ।