ରାଜଗାଙ୍ଗପୁର ପୀଡିତାଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଦୁଃଖଦ ଘଟଣାରେ ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଜଣାଇଲେ ସମବେଦନା। ସୂଚନାଯୋଗ୍ୟ ଯେ ଶୁକ୍ରବାର ବିଳମ୍ଵିତ ରାତିରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ଲାଞ୍ଜିବେର୍ଣ୍ଣା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ପାଇଁ ଉଦ୍ୟମ କରିଥିଲେ । ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକ ଉଦ୍ଧାର କରି ରାଉରକେଲା ଆଇଜିଏଚ୍ ବର୍ଣ୍ଣ ୟୁନିଟରେ ଭର୍ତ୍ତି କରିଥିଲେ। ହେଲେ ନାବାଳିକା ଜଣଙ୍କ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି।