ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ନିଷ୍ପତ୍ତି ଅନୁସାରେ ବିଜେଡିର ଶାସନ କାଳରେ ଗଠିତ ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତାକୁ ମଧ୍ୟ ରାଜ୍ୟ ସରକାର ସମାପ୍ତ କରିଛନ୍ତି। ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଓ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ।

You might also like