ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକକୁ ପୋଲିସର ମାଡ ଅଭିଯୋଗ

ଶ୍ରୀମନ୍ଦିର ପରିସରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ମାଡରେ ଜଣେ ନାବାଳକ ଆହତ ହୋଇଛନ୍ତ। ଘଟଣାଟି ଶ୍ରୀମନ୍ଦିର ବାହାର କାଠ ନିକଟରେ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଯାହାପରେ ଆକ୍ସନମୋଡ଼କୁ ଆସିଛି ପୋଲିସ । ସିଟି ଡିଏସପି ଓ ସିଂହଦ୍ୱାରା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ଏହାସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଲାଗିଥିବା ଫୁଟେଜକୁ ବି ଯାଞ୍ଚ କରୁଛି ପୋଲିସ । ତେବେ ନାବାଳକକୁ ପୋଲିସ କିମ୍ବା ଜେଟିପି, କିଏ ମାଡ଼ ମାରିଛନ୍ତି । ସେନେଇ ଜାରି ରହିଛି ତଦନ୍ତ ତେବେ ଆହତ ନାବାଳକ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡ଼ିଲେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଯିବ ବୋଲି ଡାକ୍ତର କହିଛନ୍ତି।