ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

ଗଣିଆ (ବିଶ୍ୱରଂଜନ ସେଠି) ମଙ୍ଗଳବାର ଦିନ ବ୍ଲକ କାଯ୍ୟାଳୟ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150 ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଝୁନା ଜେନା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଡିଓ ରତନ ଲାଲ୍ ଲୋହରା , ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ ନାୟକ , ପଞ୍ଚାୟତ କାଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ମହାପାତ୍ର , ଗଣିଆ ଥାନା ଏ ଏସ ଆଇ ସାହା ଅଲାମ୍ ଖାଁ , ଖେଳ ଶିକ୍ଷକ ବିଶ୍ୱରଂଜନ ସାହୁ , ବିକାଶ ମଲ୍ଲ , ନିରଞ୍ଜନ ମହାରଣା କୁମୁଦିନୀ ସାହୁ ଯୋଗ ଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।।ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ତଥା ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ କରିବା ଓ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିବା ସହ ତାଙ୍କ କାର୍ଯ୍ୟଦକ୍ଷତା, ଦେଶପ୍ରେମ ଓ ସ୍ଵାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଦେଶର ପ୍ରତ୍ୟେକ ନାଗରିକ ଭାଇଚାରା, ବନ୍ଧୁତା ଏବଂ ଏକତାର ମନୋଭାବ ନେଇ କାର୍ଯ୍ୟ କରିବା ସହ ଭାରତର ଇତିହାସ ପାଇଁ ଏକ ସ୍ଵତନ୍ତ୍ର ଅଧ୍ୟାୟ ସୃଷ୍ଟି କରିବାକୁ ମଧ୍ୟ ସେ ଆହ୍ଵାନ ଦେଇଥିଲେ । ଆଗାମୀ ଦିନରେ ସମସ୍ତେ ମିଳିମିଶି ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣ, ଅପରାଧ ଦମନ ଓ ସମାଜରେ ଶାନ୍ତି ପ୍ରତିଷ୍ଠା ଉପାରେ ଗୁରୁତ୍ଵାରୋପ କରିଥିଲେ । ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିବା ସମ୍ପର୍କରେ ସୂଚନା ଦେଇଥିଲେ। ଏ ପି ଏମ ଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏକତା ପାଇଁ ଦୌଡ଼ ( Run for Unity), ଅନୁଷ୍ଠିତ ହୋଇଥଲା । ପରେ ଖେଳପଡିଆରେ କବାଡି ପ୍ରତିଯୋଗିତା କରାଯାଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ ପାଇଁ ପ୍ରଥମ ଓ ଦ୍ବିତୀୟ ପିଲାଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ ।