ଆସନ୍ତା ଦୁଇ ଦିନ ଉତ୍ତର ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା

ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଅନୁମାନ କରାଯାଉଛି,ବୁଧବାରଠାରୁ ବର୍ଷା ବଢ଼ିବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ୍‌ ବି କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୬ ତାରିଖ (ଗୁରୁବାର) ବି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କେତେକ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ସମ୍ଭାବନା ଥିବାବେଳେ ତା’ ପରେ ବି ବିଶେଷ ପରିବର୍ତ୍ତନ ସମ୍ଭାବନା ନଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।