ଅଧା ରହିଗଲା ଗଙ୍ଗା ସ୍ନାନ: ଖଣ୍ଡଖଣ୍ଡ ହୋଇଗଲା ୫ ଜଣଙ୍କ ଶରୀର

ଉତ୍ତରପ୍ରଦେଶର ମିର୍ଜାପୁର ଜିଲାରେ ବୁଧବାର ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଚୁନାର ରେଳ ଷ୍ଟେଶନରେ ପ୍ରାୟ ୫ ଜଣ ଲୋକ ଟ୍ରେନ୍‌ରେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସବିଶେଷ ସୂଚନା ନେବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।ଏହା ସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ SDRF ଏବଂ NDRF ଦଳଗୁଡ଼ିକୁ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରିଲିଫ୍ କାର୍ଯ୍ୟ ଆରମ୍ଭ କରିବାକୁ ଏବଂ ଆହତମାନଙ୍କର ଉପଯୁକ୍ତ ଚିକିତ୍ସା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଘଟଣାସ୍ଥଳରେ ଉପସ୍ଥିତ ଦେଖଣାହାରୀଙ୍କ କହିବା କଥା ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତଦେହଗୁଡ଼ିକ ଖଣ୍ଡ ଖଣ୍ଡ ହୋଇଯାଇଥିଲା। ଦୁର୍ଘଟଣା ପରେ ଚିତ୍କାର ଓ କାନ୍ଦ ଶୁଣିବାକୁ ମିଳିଥିଲା। ଜିଆରପି ଓ ଆରପିଏଫ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାକୁ ପଠାଇଥିଲେ ।ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।