ଅବପାତରେ ପରିଣତ ହୋଇଛି ବାତ୍ୟା ‘ମୋନ୍ଥା’ । ଆଜି ଏହିସବୁ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା

ଅବପାତରେ ପରିଣତ ହୋଇଛି ବାତ୍ୟା ‘ମୋନ୍ଥା’ । ଏହା ଛତିଶଗଡ଼ ଓ ସଂଲଗ୍ନ ବିଦର୍ଭ ଦେଇ ଉତ୍ତର ଆଡ଼କୁ ଗତି କରି ଆଗାମୀ 8 ଘଣ୍ଟା ମଧ୍ୟରେ ସଦୃଶ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ । ଆଜି ସକାଳୁ ସକାଳୁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଅନ୍ୟ ସୁବ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଅପରାହ୍ନ ବେଳକୁ ବର୍ଷାର ପରିମାଣ ହ୍ରାସ ହେବ । ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେହାକୁ ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତାକାଲି ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।