ଅସହ୍ୟ ଶୀତରେ ଥରୁଛି ଓଡ଼ିଶା, ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ,

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ।ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା । ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡି ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ବାତିଲ ହେଉଛି ଗୋଟିଏ ପରେ ଗୋଟିଏ ବିମାନ । ଆଜି ସକାଳୁ ଦିଲ୍ଲୀ, ଅହମଦାବାଦ,କୋଲକତାକୁ ଉଡାଣ ଭରିବାକୁ ଥିବା ୩ଟି ବିମାନ ବାତିଲ ହୋଇଛି । ସେହିପରି ୧୫ଟି ବିମାନ ଉଡାଣ ସମୟ ବିଳମ୍ବିତ ହୋଇଛି । ପାଖାପାଖି ୪ଘଣ୍ଟା ଯାଏ ଅଧିକାଂଶ ବିମାନ ବିଳମ୍ବ ହୋଇଛି ।