ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଅବକାରୀ ବିଭାଗର ଖାରଜ
ଜିରୋ ନାଇଟ୍ ସେଲିବ୍ରେସନ୍ । କଠୋର ହୋଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଗତ କିଛି ଦିନ ଧରି ଭୁବନେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିକଟରେ ଅସ୍ଥାୟୀ ଲାଇସେନ୍ସ ( ଦିନିକିଆ ଲାଇସେନ୍ସ) ପାଇଁ ୩୦ଟି ଇଭେଣ୍ଟ ଅର୍ଗାନାଇଜର ଆବେଦନ କରିଥିଲେ । ପୁରୁଣା ଅବକାରୀ ନିତି ଅନୁସାରେ, ୨୫ ଲୋକଙ୍କ ପାଇଁ ୩ ହଜାର, ୨୫ରୁ୧୦୦ ଲୋକଙ୍କ ପାଇଁ ୫ ହଜାର, ୧୦୧ ଲୋକଙ୍କ ଠାରୁ ୨୦୦ ଶହ ଲୋକଙ୍କ ପାଇଁ ୧୦ ହଜାର, ୨୦୧ରୁ୫୦୦ ଲୋକଙ୍କ ପାଇଁ ୧୫ ହଜାର, ୫୦୧-୧୦୦୦ ଲୋକଙ୍କ ପାଇଁ ଦିନିକିଆ ଅସ୍ଥାୟୀ ଲାଇସେନ୍ସ ଫି ୨୦ ହଜାର ଟଙ୍କା ଡିପୋଜିଟ୍ କରିବାକୁ ପଡ଼ିବ । ୧ ହଜାରୁ ଅଧିକ ଲୋକଙ୍କ ପାଇଁ ଦିନିକିଆ ଲାଇସେନ୍ସ ଫି’ ୨୫ ହଜାର ଟଙ୍କା ଦେବାକୁ ପଡିବ । ସେହି ହିସାବରେ ହୋଟେଲ୍, ମଲ୍, ଓ ବିଭିନ୍ନ କ୍ଲବ୍ ଓ ସୋସାଇଟି ପକ୍ଷରୁ ୩୦ଟି ଅସ୍ଥାୟୀ ଆବେଦନ କରାଯାଇଥିଲା । ସେମାନଙ୍କୁ ଗତ ଶନିବାରଠାରୁ ଲାଇସେନ୍ସ ମିଳିବାର ଥିଲା । ତେବେ ସମସ୍ତଙ୍କ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ ।ଅବକାରୀ ଡେପୁଟି କମିଶନର କହିଛନ୍ତି, ଚଳିତ ବର୍ଷ ନୂଆ ବର୍ଷକୁ ଶାନ୍ତି ଶୃଙ୍ଖଳାରେ ସାରିବା ପାଇଁ ଯୋଜନା କରିଛନ୍ତି ସରକାର । ସେଥିପାଇଁ ଅସ୍ଥାୟୀ ଲାଇସେନ୍ସ ବାତିଲ କରିଛନ୍ତି । ଜାନୁଆରୀ ୧ ତାରିଖ ଠାରୁ ପୁଣି ଯେମିତି ଅସ୍ଥାୟୀ ଲାଇସେନ୍ସ ଦିଆଯାଏ, ତାହା ଦିଆଯିବ ।
