ଆଇନଶୃଙ୍ଖଳା ଓ ଅପରାଧ ନିୟନ୍ତ୍ରଣ ନେଇ କଡ଼ା ନିର୍ଦ୍ଦେଶ ଦେଲେ DGP
ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ବୈଠକରେ ରାଜ୍ୟର ବର୍ତ୍ତମାନର ଆଇନ-ଶୃଙ୍ଖଳା ପରିସ୍ଥିତି, ଅପରାଧ ଦମନ ଓ ନିୟନ୍ତ୍ରଣ, ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ, ଗୁରୁତ୍ୱପୂର୍ଣ୍ଣ ଅପରାଧର ସମୀକ୍ଷା, ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ପ୍ରଦାନ ଏବଂ ବିଭିନ୍ନ ପ୍ରଶାସନିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।ଥାନାକୁ ଅଭିଯୋଗ ନେଇ ଆସୁଥିବା ପ୍ରତ୍ୟେକ ନାଗରିକଙ୍କୁ ଧୈର୍ଯ୍ୟର ସହ ଶୁଣିବା, ସମ୍ମାନଜନକ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ବ୍ୟବହାର କରିବା ଏବଂ ଅଭିଯୋଗର ନିରପେକ୍ଷ ଓ ତ୍ୱରିତ ତଦନ୍ତ ନିଶ୍ଚିତ କରିବାକୁ ବୈଠକରେ ଡିଜିପି ପରାମର୍ଶ ଦେଇଥିଲେ । ପୋଲିସ ଅଧିକାରୀ ଓ କର୍ମଚାରୀ ମାନେ ନିୟମିତ ଭାବେ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହି ଦାୟିତ୍ୱ ତୁଲାଇବା ସହ ଥାନା ଗୁଡ଼ିକର କାର୍ଯ୍ୟପ୍ରଣାଳୀ ଓ ଜନସାଧାରଣଙ୍କୁ ମିଳୁଥିବା ପୋଲିସ ସେବାରେ ଅଧିକ ସୁଧାର ଆଣିବାକୁ ସେ ଗୁରୁତ୍ୱାରୋପ କରିଥିଲେ । ଏସ୍ଡିପିଓ ମାନେ ନିୟମିତ ଭାବେ ଅଧୀନସ୍ଥ ଥାନା ଗୁଡ଼ିକ ପରିଦର୍ଶନ କରି କାର୍ଯ୍ୟର ତଦାରଖ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।