ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ରାଜ୍ୟରେ ବଦଳିଛି ପାଗର ମିଜାଜ। ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଗରମ ଗୁଳୁଗୁଳିରୁ ମୁକ୍ତି ମିଳିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି।

ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତର ସମ୍ଭାବନା ଅଛି ।ସେହିଭଳି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବଲାଙ୍ଗୀର, ନବରଙ୍ଗପୁର ଜିଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ।ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ୩୦-୪୦ କିମି ବେଗରେ ବହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେଣୁ ରାଜ୍ୟରେ ତାପମାତ୍ରା ଆଉ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି।