ଆଉ ନାହାଁନ୍ତି ମହାଭାରତର ‘କର୍ଣ୍ଣ’
ଟିଭି ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର । ଆରପାରିକୁ ଚାଲିଗଲେ ଲୋକପ୍ରିୟ ଅଭିନେତା ପଙ୍କଜ ଧୀର୍ , ଆଜି ତାଙ୍କର ଦେହାନ୍ତ ହୋଇଛି ।ବି.ଆର ଚୋପ୍ରାଙ୍କ ମହାଭାରତରେ କର୍ଣ୍ଣଙ୍କ ସ୍ମରଣୀୟ ଚରିତ୍ର ପାଇଁ ଘରେ ଘରେ ପରିଚିତ ହୋଇଥିଲେ ପଙ୍କଜ । । ତାଙ୍କର ଘନିଷ୍ଠ ବନ୍ଧୁ ଅମିତ ବହଲ ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେକୁ ପ୍ରତିକ୍ରିୟା ଦେଇ ଏହି ଖବରକୁ ନିଶ୍ଚିତ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୬୮ବର୍ଷ ବୟସ ହୋଇଥିଲା। ସେ କିଛି ବର୍ଷ ହେଲାଣି କର୍କଟ ରୋଗରେ ପୀଡ଼ିତ ଥିଲେ ବୋଲି ଜଣାଯାଇଛି ।ପଙ୍କଜଙ୍କ ମୃତ୍ୟୁ ଖବର ଶୁଣିବା ପରେ ଚଳଚ୍ଚିତ୍ର ଏବଂ ଟେଲିଭିଜନ ଜଗତରେ ଶୋକର ଛାୟା ଖେଳିଯାଇଛି ।
ପଙ୍କଜ ଧୀର ତାଙ୍କର ଚମକ୍ରାର ଅଭିନୟ ଦକ୍ଷତା ଏବଂ ଶକ୍ତିଶାଳୀ କଣ୍ଠସ୍ୱର ପାଇଁ ଜଣାଶୁଣା ଥିଲେ । କିନ୍ତୁ ୧୯୮୮ ମସିହାରେ ଐତିହାସିକ ନାଟକ ମହାଭାରତରେ କର୍ଣ୍ଣଙ୍କ ଚରିତ୍ର ତାଙ୍କୁ ପ୍ରକୃତରେ ଅମର କରିଥିଲା । କର୍ଣ୍ଣଙ୍କ ଚରିତ୍ର ଏତେ ଲୋକପ୍ରିୟ ହୋଇଥିଲେ ଯେ ଦେଶର ଅନେକ ସ୍ଥାନରେ ତାଙ୍କର ପ୍ରତିମା ପୂଜା ପାଉଥିଲା । ପଙ୍କଜ ‘ସଡକ୍’ ସୈନିକ’ ଏବଂ ବାଦଶାହା ସମେତ ଅନେକ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ ଏବଂ ଟେଲିଭିଜରେ ସକ୍ରିୟ ଥିଲେ ।
ରିପୋର୍ଟ ଅନୁସାରେ ପଙ୍କଜ ଧୀରଙ୍କ ଶେଷକୃତ୍ୟ ମୁମ୍ବାଇର ଭିଲେ ପାର୍ଲେସ୍ଥିତ ପବନ ହଂସ ଶ୍ମଶାନରେ କରାଯିବ ।
