ଆଉ ନାହାନ୍ତି ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ
ଜଣାଶୁଣା ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ପରଲୋକ । ଗତକାଲି ରାତି ୮ଟା ୪୦ ମିନିଟ୍ ସମୟରେ ବ୍ରହ୍ମପୁର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଦେଇଛନ୍ତି ସୂଚନା । ସେ ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ। ୧୯୮୨ ଅଗଷ୍ଟ ୨୯ରେ ରାଷ୍ଟ୍ରପତି ଗିଆନି ଜୈଲ ସିଂହଙ୍କଠୁ ଅର୍ଜୁନ ପୁରସ୍କାର ପାଇଥିଲେ । ୨୦୨୪ରେ ତାଙ୍କୁ ବିଜୁ ପଟ୍ଟନାୟକ ରାଜ୍ୟ କ୍ରୀଡା ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।ଶତପଥୀ ୧୯୭୭-୭୮ ରୁ ଓ ୧୯୮୨-୮୩ ପର୍ଯ୍ୟନ୍ତ ଭାରୋତ୍ତଳନରେ ପାଞ୍ଚ ଥର ଜାତୀୟ ଚାମ୍ପିଅନ ଏବଂ ଭାରତୀୟ ନୌସେନା ଏବଂ ଭାରତୀୟ ରେଳବାଇର ପ୍ରତିନିଧିତ୍ୱ କରିଥିଲେ । ତାଙ୍କ ପରଲୋକରେ ରାଜ୍ୟ କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି।
