ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀର ସମ୍ଭାବନା 

କିଛି ଦିନର ବର୍ଷା ପରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ଆଗାମୀ ୭ ଦିନ ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ପବନ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ଶୀତ ଲହରୀ ନେଇ ସତର୍କତା ଜାରି କରାଯାଇଛି।

ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ ଭଳି ଜିଲ୍ଲାରେ ରାତିର ତାପମାତ୍ରା କମିବ । ସେପଟେ ନୟାଗଡ , ଗଞ୍ଜାମ , ଗଜପତି, କନ୍ଧମାଳ ଭଳି ଜିଲ୍ଲାରେ ଘନ କୁହୁଡିର ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଘନ କୁହୁଡି ସମୟରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଗାଡି ଚାଳନା ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି ।