ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଢେଙ୍କାନାଳ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
