ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ

ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ । ତେବେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଭଦ୍ରକ, ନୟାଗଡ଼, କଟକ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି ।