ଆଗାମୀ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷା

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନି ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି।ଆସନ୍ତା ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ୧୩ ଜିଲ୍ଲାରେ ବିଜୁଳି ଘଡଘଡି ସହ ଵର୍ଷା ସମ୍ଭାବନାକୁ ନେଇ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ବର୍ତ୍ତମାନ ରାଜ୍ୟ ଉପରେ କୌଣସି ସିଷ୍ଟମ ସକ୍ରିୟ ନାହିଁ । ୨୧ ବେଳକୁ ସମୁଦ୍ର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । କିନ୍ତୁ ଏହା ସ୍ଥଳ ଭାଗକୁ ପ୍ରଭାବିତ କରିବ ନାହିଁ । କିନ୍ତୁ ଉପକୁଳ ଓଡ଼ିଶାର ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ରେ ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।