ଆଗାମୀ 3 ଦିନ ପର୍ଯ୍ୟନ୍ତ କିଛି ଅଞ୍ଚଳରେ ବର୍ଷା ଲାଗି ରହିବ
ଗଭୀର ଅବପାତରେ ପରିଣତ ହୋଇ କ୍ରମଶଃ ଦୁର୍ବଳ ହେଉଛି ବାତ୍ୟା ‘ମୋନ୍ଥା ‘। ତେବେ ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଟ୍ରାକ ବଦଳାଇ ଥିବାରୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ଦେଖାଯାଇନାହିଁ । କିନ୍ତୁ ଆଗାମୀ 3 ଦିନ ପର୍ଯ୍ୟନ୍ତ କିଛି ଅଞ୍ଚଳରେ ବର୍ଷା ଲାଗି ରହିବ ।ଉପକୂଳ ଜିଲ୍ଲା ଗୁଡିକ ସମେତ ଉତ୍ତର ଓଡିଶା ଓ ଆଭ୍ୟନ୍ତରୀଣ ସମସ୍ତ ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ୩୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରିି କରିଛି ବିଭାଗ । ସର୍ବାଧିକ ବର୍ଷା ଗଜପତି ଜିଲ୍ଲାର ଗୋଷାଣୀ ଠାରେ ୧୫୦.୫ ମିମି ଏବଂ ଗଞ୍ଜାମ ଜିଲ୍ଲାର ପାତ୍ରପୁର ୧୭୦.୪ ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ଵିନ ସିଟିରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।
