ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା

ରାଜ୍ୟରେ  କାର୍ଯ୍ୟକାରୀ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ।  ଏହି ଯୋଜନାର ଘୋଷଣା  ପରେ ଏହା ପଥମ ଥର ପାଇଁ  ଗଞ୍ଜାମ ପିଠରୁ ଆରମ୍ଭ ହେବାକୁ ଯାଉଛି । ୧୮ ରୁ ୩୫ ବର୍ଷ ଭିତରେ ଥିବା ବେଳେ ବରର ବୟସସୀମା କନ୍ୟାର ବୟସ ୨୧ ରୁ ୩୫ ବର୍ଷ ହେବା ଦରକାର । ଲାଭାର୍ଥୀଙ୍କୁ ୬୦ ହଜାର ଲେଖାଏଁ ଦିଆଯିବ । ବିବାହର ସବୁ ଖର୍ଚ୍ଚ ସରକାର ବହନ କରିବେ । ସାମୁହିକ ବିବାହରେ ପ୍ରାୟ ୨୦୦ ଦମ୍ପତି ଯୋଗଦେବେ । ତେବେ ମା’ ତାରାତାରିଣୀ ପୀଠରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡ଼ରେ ମୁଖ୍ୟମନ୍ତ୍ରୀ ଦିନ ସାଢେ ୧୧ଟାରେ ପହଞ୍ଚି ଏହି ଯୋଜନାକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଶୁଭାରମ୍ଭ କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।