ଆଜି ଏହି ଜିଲାକୁ କାଳବୈଶାଖୀ ସତର୍କତା ଜାରି

ଆଶ୍ବସ୍ତି ଆଣିଛି କାଳବୈଶାଖୀ । ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀର ଜାରି ରହିଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ସୋମବାର ପ୍ରାୟତଃ ସମଗ୍ର ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ ଆଦି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାକୁ କାଳବୈଶାଖୀ ସହିତ କୁଆପଥର ବୃଷ୍ଟି ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ଏଥିପାଇଁ ତାପମାତ୍ରାରେ ପରିବର୍ତ୍ତନ ଦେଖାଦେଇଥିବା ସୂଚନା ଦିଆଯାଇଛି।