ଆଜି ଓଡ଼ିଶା ବନ୍ଦ, ଆଲର୍ଟରେ ପ୍ରଶାସନ

ଆଜି ଓଡ଼ିଶା ବନ୍ଦ, ଆଲର୍ଟରେ ପ୍ରଶାସନ । ସମସ୍ତ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା । ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଦାବିକୁ ନେଇ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ସାଧାରଣ ଧର୍ମଘଟ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି ।ସେହିପରି ଅକ୍ଟୋବର ୮ ତାରିଖରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି।କୃଷକ ସଂଗଠନର ପ୍ରତିଷ୍ଠାତା ଅକ୍ଷୟ କହିଛନ୍ତି ଯେ, ପିଲାମାନଙ୍କ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ୍ ରହିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଵୀକାର କରିବା ସତ୍ତ୍ୱେ ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ଅକ୍ଷୟ ପ୍ରଶ୍ନ କରିଥିଲେ। ଶୀଘ୍ର ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବା ମୁଖ୍ୟମନ୍ତ୍ରୀ ତାଙ୍କୁ ବହିଷ୍କାର କରନ୍ତୁ। ସେପଟେ ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ସଂଶୋଧନ ଆଇନକୁ ବିରୋଧ, ମୁଖ୍ୟ ନିର୍ବାଚନ ଆୟୋଗ ଜ୍ଞାନେଶ କୁମାର ଏବଂ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ କଂଗ୍ରେସ ଆସନ୍ତା ୮ ତାରିଖରେ ବନ୍ଦ ଡାକରା ଦେଇଛି।