ଆଜି ଝାରସୁଗୁଡ଼ା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପୂର୍ବାହ୍ନ ୧୧ଟା ୧୦ ମିନିଟ୍ ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।ବିମାନ ବନ୍ଦରରୁ ଅମଲିପାଲି ପଡିଆ ପର୍ଯ୍ୟନ୍ତ ମୁତୟନ ରହିବେ ଫୋର୍ସ । ୨୦୦ରୁ ଅଧିକ ପୋଲିସ ଅଧିକାରୀ, ୩୦ ଜଣ ଡିଏସପି ରାଙ୍କ ଅଧିକାରୀ ଓ ୫ ଜଣ ଏସପି ସୁରକ୍ଷା ଦାୟିତ୍ବରେ ଅଛନ୍ତି ।
