ଆଜି ପୁଣି ବଢିଲା ସୁନା ଦାମ
ପୁଣି ଚିନ୍ତା ବଢାଇଲା ସୁନା ଦର। ଦିନକୁ ଦିନ ବଢି ଚାଲିଛି ଦର।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା, ୯୯, ୩୩୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୦୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯, ୩୩୦ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୦୫୦ ଟଙ୍କାକୁ ପହଞ୍ଚିଛି ।୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦର ୭୪,୫୦୦ ଟଙ୍କା ରହିଛି । ଗତକାଲି ୭୪,୪୬୦ ଟଙ୍କା ଥିଲା। ଏଥିରେ ୪୦ ଟଙ୍କା ବୃଦ୍ଧି ହୋଇଛି ।ସେହିପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୪୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୪୦୦ ଟଙ୍କା ଥିଲା ।