ଆଜି ରାଜଧାନୀରେ ୪ଟି ସ୍ଥାନରେ ଦେଖିବେ ମାଙ୍କ ଭସାଣି

ରାଜଧାନୀରେ ୪ଟି ସ୍ଥାନରେ ଦେଖିବାକୁ ପାଇବେ ମାଙ୍କ ଭସାଣି । ନଦୀରେ କେମିକାଲ ଓ ପ୍ଲାଷ୍ଟିକ ଯେପରି ନପଡିବ ସେଥିପାଇଁ ବିଏମସି ତାର କୂଅଖାଇର ଦୁଇ ପଟ, ଦୟା ଓ ଭାଗର୍ବୀକୁ ମିଶାଇ ମୋଟ ୪ ଟି ଅସ୍ଥାୟୀ ପୁଷ୍କରିଣୀ କରିଛି ।

ସହୀଦ ନଗର ,ନୟାପଲ୍ଲୀ , ଚନ୍ଦ୍ରଶେଖରପୁର ଓ ଓଲ୍ଡ ଟାଉନ ଚାରୋଟି ସ୍ଥାନରେ ହେବ ସହରରେ ଭସାଣି ଉତ୍ସବ । ଏଥିପାଇ ୪ଟି ଭସାଣି ଉତ୍ସବ କମିଟି ପାଇଁ ଅନୁମତି ଦେଇଛି କମିଶନରେଟ ପୋଲିସ । ପ୍ରଶାସନ ପକ୍ଷରୁ ଡିଜେ ବାରଣ ହୋଇଥିବାରୁ ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ଅଲୋକୀକରଣ ଉପରେ ଧ୍ୟାନ ଦିଆଯାଇଛି ।ସହୀଦ ନଗର ଭସାଣି ପାଇଁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଦେଇ ବାଣିବିହାର ପର୍ଯ୍ୟନ୍ତ କୋଣସି ଯାନବାହାନ ଚଳାଚଳ କରିବ ନାହିଁ । ସେହିପରି ନୟାପଲ୍ଲୀ ପାଇଁ ସିଆରପି ଠାରୁ ଡିଏଭି ପର୍ଯ୍ୟନ୍ତ ପରେ ଗୋପବନ୍ଧୁ ଛକ ଦେଇ ଶିରିପୁର ପର୍ଯ୍ୟନ୍ତ କଟକଣା ରହିବ‌ । ଚନ୍ଦ୍ରଶେଖରପୁର ପାଇଁ ନନ୍ଦନକାନନ ଠାରୁ ଜୟଦେବ ବିହାର ପର୍ଯ୍ୟନ୍ତ ଗାଡି ଚଳାଚଳ କଟକଣା ରହିବ।