ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ।ବଡ଼ଦେଉଳରେ ସ୍ୱତନ୍ତ୍ର ବ୍ୟବସ୍ଥା
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀରେ ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ ବଳି ବାମନ ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ମହାପ୍ରଭୁ।ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ ।ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୁଷୀତ କରାଯିବ।ପୁଷ୍ପାଳକ ସେବକମାନେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଏପରି ବେଶ କରିଥାନ୍ତି। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ଶହ ଶହ ବର୍ଷ ଧରି ମହାପ୍ରଭୁଙ୍କ ବଳିବାବନ ବେଶ ଅନୁଷ୍ଠିତ ହୋଇଆସୁଛି।