ଆଜି ସରିବ ବାହାର ରତ୍ନଭଣ୍ଡାର ଗଣତିମଣତି,ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

ଆଜି ଶେଷ ହୋଇପାରେ ବାହାର ରତ୍ନଭଣ୍ଡାର ଗଣତିମଣତି ପ୍ରକ୍ରିୟା। ଆସନ୍ତା ୧୩ ତାରିଖ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହୋଇପାରେ ଭିତର ରତ୍ନଭଣ୍ଡାର ଗଣତିମଣତି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି।୧୪ ତାରିଖ ମହାବିଷୁବ ସଂକ୍ରାନ୍ତିରେ ପାଇଁ ବନ୍ଦ ରହିବ ଗଣତି ମଣତି। ପୁଣି ୧୬ରୁ ୧୮ ଯାଏଁ ଗଣତି ମଣତି ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।