ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ

ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୁଏ, ଯାହା କି ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ।ସୂର୍ଯ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ବୁଲିବା ସହ ନିଜ ଅକ୍ଷ ଚାରିପଟେ ଘୂରୁଛି। ସେଥିପାଇଁ ସୂର୍ଯ୍ୟ ସବୁଦିନ ସମାନ ସ୍ଥାନରୁ ଉଦୟ ହୁଏ ନାହିଁ ବା ଗୋଟିଏ ସ୍ଥାନରେ ଅସ୍ତ ଯାଏ ନାହିଁ। ସୂର୍ଯ୍ୟର ଉତ୍ତରାୟଣ ଓ ଦକ୍ଷିଣାୟଣ ଗତି ମଧ୍ୟ ଦେଖାଯାଇଥାଏ। ପ୍ରତ୍ୟେକ ବର୍ଷ ଜୁନ ୨୧ରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟ କ୍ରାନ୍ତି ଉପରେ ରହିଥାଏ। ସେହିଠାରୁ ଧୀରେଧୀରେ ଦକ୍ଷିଣ ଦିଗକୁ ଗତି କରିଥାଏ, ଯାହାକୁ ସୂର୍ଯ୍ୟର ଦକ୍ଷିଣାୟଣ ଗତି କୁହାଯାଏ। ଏହିପରି ଦକ୍ଷିଣ ଦିଗକୁ ଢଳି ଢଳି ଡିସେମ୍ବର ୨୨ ବେଳକୁ ସୂର୍ଯ୍ୟ ବିଷୁବ ରେଖାଠାରୁ ୨୩.୫ ଡିଗ୍ରୀ ଦକ୍ଷିଣରେ ଥିବା ମକର କ୍ରାନ୍ତି ଉପରେ ଗତି କରିଥାଏ। ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ।ଭୁବନେଶ୍ୱର ପାଇଁ ୨୦୨୩ ମସିହାର ଡିସେମ୍ବର ୨୨ ତାରିଖରେ ସବୁଠାରୁ ଛୋଟ ଦିନ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ହେବଏବଂ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା, ୫ ମିନିଟ୍ ୩୬ ସେକେଣ୍ଡ ହେବ ଜ୍ଝ କିନ୍ତୁ ଭୁବନେଶ୍ୱରରେଡିସେମ୍ବର ୧୬ ରୁ ଡିସେମ୍ବର୨୮ପ୍ରାୟ ୧୨ ଦିନ ଧରି ଦିନ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା୫ ମିନିଟ୍ ହୁଏ ।

ଡିସେମ୍ବର୨୨ ତାରିଖରେ ଓଡିଶା ର ସୁନ୍ଦରଗଡ ଓ ମାଲକାନଗିରି ଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୪୭ ମିନିଟ୍ ଓ ୧୧ ଘଣ୍ଟା ୦୧ ମିନିଟ୍ ହେବ ଜ୍ଝଡିସେମ୍ବର ୨୨ ତାରିଖରେ ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ ପୂର୍ବତନ ଉପନିର୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।