ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା 

ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 

୧୫ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ତ୍ତମାନ ୨ ଦିନ ପର୍ଯ୍ୟନ୍ତ ପାଗ ଶୁଖୁଲା ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତନ ହେବ ନାହିଁ ।ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।

You might also like