ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସମ୍ଭାବନା

 ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଏଥିପାଇଁ ପାଗ ଅନୁକୂଳ ଥିବା ବେଳେ ୧୫ ତାରିଖରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ବର୍ଷା ବିଜୁଳି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ରହିଛି ।ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, କଟକ, ଜଗତସିଂହପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସହ ନୟାଗଡ, ଖୋର୍ଦ୍ଧା ,କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଏହି ୧୨ଟି ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଓ ୫୦ରୁ ୬୦ କି.ମି ଝଟକା ପବନର ସମ୍ଭାବନାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।