ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
