ଆସନ୍ତା ସୋମବାର ଅଗଷ୍ଟ ୧୭ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆସନ୍ତା ସୋମବାର ଅଗଷ୍ଟ ୧୭ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟଥିବାରୁ ଆସନ୍ତା ସୋମବାର’ ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ |ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।