ଆସନ୍ତା ୧୧ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ

ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୧ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା ପରିପ୍ରେକ୍ଷୀରେ ଏକ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ କରାଯାଇଥିଲା । ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇଥିଲେ ।କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନଙ୍କ ସୂଚନା ଅନୁଯାୟୀ ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିବା ସହିତ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ। ସେହିପରି, ଭୁବନେଶ୍ୱରରେ ଷ୍ଟେଟ ଅଫ ଦ ଆର୍ଟ ହୋଲସେଲ ମାଛ ମାର୍କେଟର ଶିଳାନ୍ୟାସ, ହୀରାକୁଦରେ ଇଣ୍ଟିଗ୍ରେଟେଡ଼ ଆକ୍ୱା ପାର୍କର ଭିସି ମାଧ୍ୟମରେ ଶିଳାନ୍ୟାସ କରିବେ। ଏହି ଅବସରରେ ଚାଷୀଙ୍କ ସହ ବାର୍ତ୍ତାଳାପ ମଧ୍ୟ କରିବେ।