ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା

ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା । ଓଏମଆର ସିଟ ଓ ପ୍ରଶ୍ନପତ୍ର କଡା ସୁରକ୍ଷା ବଳୟରେ ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପହଁଚିଛି। ସମସ୍ତ ନୋଡାଲ ସେଣ୍ଟରକୁ ଭାଇରାଲ ରେଜିଷ୍ଟାନସ କରାଯାଇଛି। ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ ସଂସ୍କୃତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ଏକା ସମୟରେ ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ।ଗତବର୍ଷ ଭଳି ପ୍ରଶ୍ନପତ୍ରରେ କ୍ୟୁ ଆର କୋଡ଼ ଓ ୱାଟର ମାର୍କ ରଖିଛି ବୋର୍ଡ। ଯାହା ପ୍ରଶ୍ନପତ୍ର ଭାଇରାଲ ହେଲେ ସହଜରେ ଜାଣିହେବ। ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ କମାଣ୍ଡ କଣ୍ଟ୍ରୋଲ ରୁମ ହେବ । ସମସ୍ତ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟର ଏହିଠାରୁ କଣ୍ଟ୍ରୋଲ କରିବାର ବ୍ୟବସ୍ଥା ଗ୍ରହଣ କରାଯାଇଛି।ରାଜ୍ୟର ୩୦୮୨ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୬୦ ହଜାର ୫୧୨ ଜଣ ଛାତ୍ରଛାତ୍ରୀ ।ସମସ୍ତ ପରୀକ୍ଷା ସକାଳ ୯ ଟାରୁ ସାଢେ ୧୧ ଯାଏଁ ଗୋଟିଏ ସିଟିଂରେ ହେବ।