ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା 

ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାଥା ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା ରହିଛି । ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।

ଅନ୍ୟପକ୍ଷରେ ଆସନ୍ତା 24 ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଟାଇବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଥିଲା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଅଛି |ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ତେବେ ଅଧିକ ବର୍ଷ ହେବାରୁ ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୬ଟି ଗେଟ୍‌ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି ।