ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି 

ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁବାରଠାରୁ ରାଜ୍ୟରେ ହେବ ବର୍ଷା । ଲଘୁଚାପ ପ୍ରଭାବରେ ୬ ଜିଲ୍ଲାରେ ଅଧିକ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମୁହାଁ ହେବାର ସମ୍ଭାବନା ରହିଛି।

ଉପକୂଳ ଅତିକ୍ରମ କରିବା ବେଳେ ଏହା ବାତ୍ୟାରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି । ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଏ ନେଇ ଚିତ୍ର ସ୍ପଷ୍ଟ ହେବ। ଲଘୁଚାପ ଓଡ଼ିଶା ଉପକୂଳ ଦେଇ ଗଲାବେଳେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ସହ ପ୍ରବଳ ବର୍ଷା ହେବ। ବୌଦ୍ଧ, ସୁନ୍ଦରଗଡ଼, ଗଞ୍ଜାମ, ଦେବଗଡ଼, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।