ଆସନ୍ତା ୨୪ ଘଣ୍ଟା ଯାଏଁ କିଛି ସ୍ଥାନରେ ହିଟୱେଭ୍ ଜାରି ରହିବ। 

ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କଟକ, ଭଦ୍ରକ, ନୟାଗଡ, ମୟୁରଭଞ୍ଜ, କଳାହାଣ୍ଡି ଏବଂ ବୌଦ୍ଧ, ମାଲକାନଗିରି, ନୂଆପଡା, ନବରଙ୍ଗପୁର, କନ୍ଧମାଳ ଏବଂ ବଲାଙ୍ଗୀର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୮ ଜିଲ୍ଲାରେ ରାତି ଉଷ୍ମତା ଜାରି ରହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ଅସନ୍ତା ଦୁଇ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି ।

ତେବେ ଦୁଇ ତିନି ଦିନ ପରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା କେନ୍ଦୁଝର ସବୁଠୁ ଉତ୍ତପ୍ତ ସହର ହୋଇଛି। କେନ୍ଦୁଝରରେ ତାପମାତ୍ରା 38.6 ଡିଗ୍ରୀ ରେକର୍ଡ ହୋଇଛି |ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ରବିବାର କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ ଏବଂ ଯାଜପୁର ଜିଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି।