ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା
ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର । ଆଜି ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି ।ଆଉ ୪ ଦିନ ଘନ କୁହୁଡ଼ି । ଜଗତସିଂହପୁର, ପୁରୀ, କଟକ ଓ ଖୋର୍ଧାରେ ଘନ କୁହୁଡ଼ିର ଆଶଙ୍କା ରହିଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଅନ୍ୟପଟେ ଭୁବନେଶ୍ବରର ପାରଦ ସ୍ତର ଗତକାଲି ରାତିରେ ୧୨.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ କଟକରେ ରହିଥିଲା ୧୨ ଡିଗ୍ରି । ରାଜ୍ୟରେ ଆସନ୍ତା ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାପରେ ପୁଣି ପାରଦ ସ୍ତର ନିମ୍ନଗାମୀ ହେବ ଓ ପରବର୍ତ୍ତୀ ସମୟରେ ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ । ଫଳରେ ଆଗକୁ ବି ଶୀତ ଜାରି ରହିବ ।
