ଆସନ୍ତା ୯ ତାରିଖ ବେଳକୁ ଆଉ ଏକ ଲଘୁଚାପ

ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ଥିବା ଅବପାତ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି ।ଏହା ଛତିଶଗଡ଼ ଦେଇ ଉତ୍ତର ଦିଗକୁ ଗତି ଧୀରେ ଧୀରେ ଦୁର୍ବଳ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।