ଆସିପାରେ ଆଉ ଏକ ଲଘୁଚାପ

୯ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା । ବୁଧବାର କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳଠାରୁ ଦୂରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୦ ତାରିଖ ବେଳକୁ ଦୁଇଟି ଯାକ ଘୂର୍ଣ୍ଣିବଳୟ ମିଶି ବିସ୍ତୃତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ସପ୍ତାହେ ଯାଏ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ। ବରିଷ୍ଠ କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।ସେହିପରି ଉତ୍ତର ଉପକୂଳ ଓଡ଼ିଶାରୁ ପୂର୍ବ ତେଲଙ୍ଗାନା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼ ଦେଇ ସମୁଦ୍ର ପତ୍ତନଠାରୁ ୧.୫କି.ମି. ଉଚ୍ଚରେ ଏକ ଟ୍ରପ୍‌ ଲାଇନ୍‌ ଗତି କରୁଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।