ଆସିଲା ଦୀପାବଳି କଟକଣା : ମାତ୍ର ୨ ଘଣ୍ଟା ଫୁଟିବ ବାଣ 

ଦୀପାବଳି ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି।ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।ଖାଲି ୨ ଘଣ୍ଟାର ସମୟ ନୁହେଁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ମଧ୍ୟ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ଶାନ୍ତି କ୍ଷେତ୍ର ଯେମିତିକି ବଗିଚା,ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବର୍ଜିତ କରାଯାଇଛି । ଖୋଲା ଜାଗାରେ ଯଦି କେହି ବାଣ ଫୁଟାଇବାକୁ ଚାହିବେ ତାହା ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ଅନୁମତି ଦେଇନି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏହି ନିୟମକୁ ସମସ୍ତେ ମାନିବାକୁ ଅନୁରୋଧ କରାଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାଯାଇଛି।