ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ସମୟରେ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବଢ଼ିବା ସମ୍ଭାବନା ରହିଛି।ଗୁରୁବାର କେନ୍ଦୁଝରରେ ଭୀଷଣ ବର୍ଷା ହୋଇପାରେ। ବାଲେଶ୍ୱର,ଯାଜପୁର,କଟକ,ସୁନ୍ଦରଗଡ଼,ସମ୍ବଲପୁର,ଦେବଗଡ଼,ଅନୁଗୁଳ,ଢେଙ୍କାନାଳ ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଭଦ୍ରକ,କେନ୍ଦ୍ରାପଡ଼ା,ଜଗତସିଂହପୁର,ବରଗଡ଼,ସୋନପୁର,ବୌଦ୍ଧ,ବଲାଙ୍ଗୀର,ପୁରୀ,ଖୋର୍ଦ୍ଧା ଓ ନୟାଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି କେନ୍ଦୁଝରକୁ ରେଡ ଆଲର୍ଟ ଏବଂ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।